Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:13 - ଓଡିଆ ବାଇବେଲ

13 ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍-ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 “ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

13 “ଇସ୍ରାଏଲର ଛୋଟରୁ ବଡ଼ ପର୍ଯ୍ୟନ୍ତ ସମସ୍ତ ଲୋକ ଲୋଭାସକ୍ତ। ଆଉ ଭବିଷ୍ୟ‌ଦ୍‌ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକ ମିଥ୍ୟାଗ୍ଭରୀ।

Gade chapit la Kopi




ଯିରିମୀୟ 6:13
32 Referans Kwoze  

କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।


ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।


ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।


ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:


ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।”


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?


ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,


ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ ।


ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।


ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ,” ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍‍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।


କାରଣ ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍‍, ସେମାନେ,ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍‍ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କ୍ରିୟା କରିଅଛନ୍ତି।


ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍‍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;


“ସଦାପ୍ରଭୁ କାହାନ୍ତି,” ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥାହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍‍ବକ୍ତାମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍‍ଗମନ କଲେ।


ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।


କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ ।


“ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ ?” ସଦାପ୍ରଭୁ କହନ୍ତି, “ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।”


ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ି ଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ।


କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ,ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍‍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।’”


ଏଥିଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍‍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସି କହିଲେ,


କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।


Swiv nou:

Piblisite


Piblisite