Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:24 - ଓଡିଆ ବାଇବେଲ

24 ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରା; କରିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।

Gade chapit la Kopi

ପବିତ୍ର ବାଇବଲ

24 ଆମ୍ଭେମାନେ ସେହି ସୈନ୍ୟବାହିନୀ ବିଷୟରେ ଏକ ଜନରବ ଶୁଣିଅଛୁ। ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ, ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରେ।

Gade chapit la Kopi




ଯିରିମୀୟ 6:24
19 Referans Kwoze  

ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।


ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବ କାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।


କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋ’ ପ୍ରାଣ ମୂର୍ଚ୍ଛିତ ହେଲା।”


କୌଣସି ପୁରୁଷର ପ୍ରସବ ବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବ ବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ ?


ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ ?


ତାହା ଯେତେଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ।


ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ ।


ମୁଁ ଶୁଣିଲି ଓ ମୋ’ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋ’ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।


ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।


ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।


ତେଣୁ ରାଜା ବେଲ୍‍ଶତ୍ସର ଅତିଶୟ ଉଦ୍‍ବିଗ୍ନ ହେଲା ଓ ତାହାର ମୁଖ ବିବର୍ଣ୍ଣ ହେଲା, ଆଉ ତାହାର ଅମାତ୍ୟଗଣ ବିସ୍ମୟାପନ୍ନ ହେଲେ।


କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।


ସମସ୍ତଙ୍କର ହସ୍ତ ଦୁର୍ବଳ ହେବ, ସମସ୍ତଙ୍କର ଆଣ୍ଠୁ ଜଳ ପରି ଦୁର୍ବଳ ହେବ।


Swiv nou:

Piblisite


Piblisite