Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:4 - ଓଡିଆ ବାଇବେଲ

4 ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 “ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ,” “ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।”

Gade chapit la Kopi

ପବିତ୍ର ବାଇବଲ

4 “ତୁମ୍ଭେମାନେ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ଉଠ, ଆମ୍ଭେମାନେ ମଧ୍ୟାହ୍ନରେ ଆକ୍ରମଣ କରିବା। ହାୟ, କାରଣ ଦିନର ଅବସାନ ହେଉଅଛି। ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।

Gade chapit la Kopi




ଯିରିମୀୟ 6:4
14 Referans Kwoze  

ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍‍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ।


କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ ! ଅସ୍‍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ।


ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।


ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।


ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।


ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରି ଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ।


ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”


ସାତ ସନ୍ତାନପ୍ରସୂତା ସ୍ତ୍ରୀ କ୍ଷୀଣା ହେଉଅଛି; ସେ ପ୍ରାଣତ୍ୟାଗ କରିଅଛି; ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଅଛି; ସେ ଲଜ୍ଜିତା ଓ ହତାଶା ହୋଇଅଛି; ପୁଣି, ସେମାନଙ୍କର ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ସମ୍ମୁଖରେ ଖଡ୍ଗରେ ସମର୍ପଣ କରିବା,” ଏହା ସଦାପ୍ରଭୁ କହନ୍ତି।


ଓବଦୀୟଙ୍କ ଦର୍ଶନ। ପ୍ରଭୁ, ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି; ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟରୁ ସମାଚାର ଶୁଣିଅଛୁ ଓ ଗୋଷ୍ଠୀଗଣ ମଧ୍ୟକୁ ଏକ ଦୂତ ପ୍ରେରିତ ହୋଇଅଛି, ତୁମ୍ଭେମାନେ ଉଠ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭେମାନେ ଉଠୁ।


ଦାସ ଯେପରି ଛାୟାର ଆକାଂକ୍ଷା କରେ, ବେତନଜୀବୀ ଯେପରି ଆପଣା ବେତନର ଅପେକ୍ଷା କରେ;


ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:


Swiv nou:

Piblisite


Piblisite