Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:9 - ଓଡିଆ ବାଇବେଲ

9 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀ ସଦୃଶ୍ୟ ବାରମ୍ବାର ଆପଣା ହସ୍ତ ଟୋକାଇରେ ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀର ନ୍ୟାୟ ପୁନଃ ପୁନଃ ଆପଣା ହସ୍ତ ଟୋକାଇରେ ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀ ସଦୃଶ୍ୟ ବାରମ୍ବାର ଆପଣା ହସ୍ତ ଟୋକାଇରେ ଦିଅ।”

Gade chapit la Kopi

ପବିତ୍ର ବାଇବଲ

9 ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି, “ଦ୍ରାକ୍ଷା ସଂଗ୍ରହ କଲାପରି ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଏକତ୍ରିତ କର: ଏହାର ଶାଖାରେ ହାତ ବୁଲାଅ।”

Gade chapit la Kopi




ଯିରିମୀୟ 6:9
7 Referans Kwoze  

ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ ?


ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।


ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପାଚି ଯାଇଅଛି ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ।


ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍‍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।”


Swiv nou:

Piblisite


Piblisite