Biblia Todo Logo
Bib sou entènèt

- Piblisite -




ଯିରିମୀୟ 7:14 - ଓଡିଆ ବାଇବେଲ

14 ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା !

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ଵାସ କରୁଅଛ, ତହିଁ ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା!

Gade chapit la Kopi

ପବିତ୍ର ବାଇବଲ

14 ତେଣୁ ଆମ୍ଭ ନାମରେ ଖ୍ୟାତ ଯିରୁଶାଲମର ମନ୍ଦିରକୁ ଧ୍ୱଂସ କରିବା, ଯେପରି ଶୀଲୋପ୍ରତି ଆମ୍ଭେ କରିଥିଲୁ। ଆଉ ତୁମ୍ଭେମାନେ ଯେଉଁ ଗୃହପ୍ରତି ବିଶ୍ୱାସ ରଖିଛ, ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ସେହି ଗୃହକୁ ଆମ୍ଭେ ଉଚ୍ଛିନ୍ନ କରିବା।

Gade chapit la Kopi




ଯିରିମୀୟ 7:14
28 Referans Kwoze  

ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।


ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ; ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରିପାରୁ ?’


ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ।


ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେଉଁ ସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ସମସ୍ତ ନଗରଦ୍ୱାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗରଦ୍ୱାରରେ ସେ ତୁମ୍ଭକୁ ଅବରୋଧ କରିବ।


ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ୍ଗରେ ପତିତ ହେବେ।


ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି ! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।


ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି।


“ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’


ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ।


ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।


ଆଉ, ଏହି ଯେ ଗୃହ ଏଡ଼େ ଉଚ୍ଚ ହୋଇଅଛି, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ପଚାରିବେ, ଏହି ଦେଶ ଓ ଗୃହ ପ୍ରତି ସଦାପ୍ରଭୁ କାହିଁକି ଏପରି କଲେ ?


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;


ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା,ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;


ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା।


ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।


ପୁଣି, ତୁମ୍ଭେ ସେମାନଙ୍କୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,


Swiv nou:

Piblisite


Piblisite