Biblia Todo Logo
Bib sou entènèt

- Piblisite -




ଯିରିମୀୟ 7:19 - ଓଡିଆ ବାଇବେଲ

19 ସଦାପ୍ରଭୁ କହନ୍ତି, ‘ସେମାନେ କ’ଣ ଆମ୍ଭକୁ ବିରକ୍ତ କରନ୍ତି ? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କ’ଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି ?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?

Gade chapit la Kopi

ପବିତ୍ର ବାଇବଲ

19 ସଦାପ୍ରଭୁ କହନ୍ତି, “ଏହିସବୁ କରିବା ଦ୍ୱାରା ସେମାନେ କ’ଣ ମୋତେ ବିରକ୍ତ କରନ୍ତି? ସେମାନେ ନିଜେ ଲଜ୍ଜିତ ହୋଇ ନାହାନ୍ତି କି?”

Gade chapit la Kopi




ଯିରିମୀୟ 7:19
21 Referans Kwoze  

ଅଥବା ଆମ୍ଭେମାନେ କ'ଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା ? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ ?


ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋ’ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।


କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍‍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।


ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।


ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।


ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;


ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।


ତୁମ୍ଭେ ପାପ କଲେ, ପରମେଶ୍ୱରଙ୍କ ବିରୁଦ୍ଧରେ କଅଣ କର ? ଓ ତୁମ୍ଭର ଅପରାଧ ବୃଦ୍ଧି ପାଇଲେ, ତାହାଙ୍କ ପ୍ରତି ତୁମ୍ଭେ କଅଣ କର ?


ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜାଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜାଗଣ ହସ୍ତରେ, ଖଡ୍ଗରେ, ବନ୍ଦୀତ୍ୱରେ ଓ ଲୁଟରେ ଓ ମୁଖ ବିଷଣ୍ଣତାରେ ସମର୍ପିତ ହୋଇଅଛୁ।


ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନି ଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ ?


ଦେଖ, ଅତି ଦୂର ଦେଶରୁ ମୋ’ ଲୋକଙ୍କ କନ୍ୟାର ଆର୍ତ୍ତନାଦ; ସଦାପ୍ରଭୁ କ’ଣ ସିୟୋନରେ ନାହାନ୍ତି ? ତହିଁର ରାଜା କ’ଣ ତହିଁ ମଧ୍ୟରେ ନାହାନ୍ତି ? ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି ?


ସାତ ସନ୍ତାନପ୍ରସୂତା ସ୍ତ୍ରୀ କ୍ଷୀଣା ହେଉଅଛି; ସେ ପ୍ରାଣତ୍ୟାଗ କରିଅଛି; ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଅଛି; ସେ ଲଜ୍ଜିତା ଓ ହତାଶା ହୋଇଅଛି; ପୁଣି, ସେମାନଙ୍କର ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ସମ୍ମୁଖରେ ଖଡ୍ଗରେ ସମର୍ପଣ କରିବା,” ଏହା ସଦାପ୍ରଭୁ କହନ୍ତି।


ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।


ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ।”


କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍‍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।’


ଆହୁରି, ତୁମ୍ଭେ ଆପଣାର କାମୁକତା ପ୍ରତିବାସୀ, ମିସ୍ରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ ଓ ଆମ୍ଭକୁ ବିରକ୍ତ କରିବା ପାଇଁ ଆପଣା ବ୍ୟଭିଚାର କ୍ରିୟା ବଢ଼ାଇଅଛ।


ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟ କାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।


Swiv nou:

Piblisite


Piblisite