Biblia Todo Logo
Bib sou entènèt

- Piblisite -




ଯିରିମୀୟ 7:7 - ଓଡିଆ ବାଇବେଲ

7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତ କାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନ; କାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା।

Gade chapit la Kopi

ପବିତ୍ର ବାଇବଲ

7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭ ଦତ୍ତ ଦେଶ ଅନନ୍ତକାଳ ପର୍ଯ୍ୟନ୍ତ ଉପଭୋଗ କରିବାକୁ ଦେବା।

Gade chapit la Kopi




ଯିରିମୀୟ 7:7
12 Referans Kwoze  

ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।


ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର,’ ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;


ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।


ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍‍, ମୋଶାର ହସ୍ତ ଦ୍ୱାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ।


ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ।


ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ;


ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।


ଆମ୍ଭେ କହିଲୁ, ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ-ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।


ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।


ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।


Swiv nou:

Piblisite


Piblisite