Biblia Todo Logo
Bib sou entènèt

- Piblisite -




ଯିରିମୀୟ 8:14 - ଓଡିଆ ବାଇବେଲ

14 ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ ? ଏକତ୍ରିତ ହୁଅ,ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷ-ବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀର-ବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

14 “ଆମ୍ଭେମାନେ କାହିଁକି ଶାନ୍ତଭାବେ ବସିଅଛୁ? ଆସ, ଏକତ୍ରିତ ହୋଇ ଆମ୍ଭେମାନେ ଏକ ପ୍ରାଚୀର ବେଷ୍ଟିତ ନଗରକୁ ଗ୍ଭଲିଯିବା। ଆସ ସେହି ସ୍ଥାନରେ ଆମ୍ଭେ ମୃତ୍ୟୁବରଣ କରିବା। ଯେହେତୁ ସଦାପ୍ରଭୁ ଆମ୍ଭର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଛନ୍ତି। ଆସ ବିଷାକ୍ତ ପାଣି ପିଇବା, ଯେହେତୁ ଆମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛୁ।

Gade chapit la Kopi




ଯିରିମୀୟ 8:14
23 Referans Kwoze  

ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷ ବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍‍ବକ୍ତାଗଣଠାରୁ ଦେଶଯାକରେ ଅଧାର୍ମିକତା ବ୍ୟାପି ଅଛି।”


ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍‍, ଏହି ଲୋକମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।


ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ୱରୂପ।


ମାତ୍ର ବାବିଲର ରାଜା ନବୂଖଦ୍‍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, “ଆସ, କଲ୍‍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ,” ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।’”


ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ ।


ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।


ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ଓ ସୈନ୍ୟମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀରବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”


ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;


ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।


ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।


ପୁଣି, ଗୃହ ମଧ୍ୟରୁ ଅସ୍ଥିସକଳ ବାହାର କରି ଆଣିବା ପାଇଁ କୌଣସି ଲୋକର ପିତୃବ୍ୟ, ଶବଦାହକାରୀ ତାହାକୁ ଉଠାଇଲା ଉତ୍ତାରେ ଗୃହର ଅନ୍ତରସ୍ଥ ଲୋକକୁ ପଚାରିବ, “ଏବେ ହେଁ ତୁମ୍ଭର କି ଆଉ କିଏ ଅଛି ?” ତେବେ ସେ କହିବ, “ନାହିଁ।” ସେତେବେଳେ ସେ କହିବ, “ତୁନି ହୁଅ; କାରଣ ସଦାପ୍ରଭୁଙ୍କର ନାମ ଆମ୍ଭମାନଙ୍କର ଉଚ୍ଚାରଣ କରିବାର ନୁହେଁ।”


ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;


କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ।


ଆଗୋ କଲ୍‍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।


ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟ କାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।


ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍‍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।”


Swiv nou:

Piblisite


Piblisite