Biblia Todo Logo
Bib sou entènèt

- Piblisite -




ଯିରିମୀୟ 9:19 - ଓଡିଆ ବାଇବେଲ

19 କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍‍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କାରଣ ସିୟୋନଠାରୁ ଏହି ହାହାକାର ଶଦ୍ଦ ଶୁଣା ଯାଉଅଛି, ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, ‘ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍‍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।’”

Gade chapit la Kopi

ପବିତ୍ର ବାଇବଲ

19 “କାରଣ ସିୟୋନରୁ ଏହି ହାହାକାର ଶବ୍ଦ ଶୁଣାଯାଉଛି। ‘ଆମ୍ଭେମାନେ ପ୍ରକୃତରେ ବିନଷ୍ଟ ହୋଇଅଛୁ। ଆମ୍ଭେମାନେ ବିଶେଷ ଭାବରେ ଲଜ୍ଜିତ, କାରଣ ଆମ୍ଭର ବାସସ୍ଥାନ ଧୂଳିସାତ୍ ହୋଇଅଛି ଓ ଆମ୍ଭେମାନେ ଦେଶ ପରିତ୍ୟାଗ କରିଅଛୁ।’”

Gade chapit la Kopi




ଯିରିମୀୟ 9:19
20 Referans Kwoze  

ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ ! ଆମ୍ଭେମାନେ ବିନଷ୍ଟ ହେଲୁ।


ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ଡି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ଡି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ।


ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍‍, ଭୟାନକ ବିନାଶ କରୁଅଛି।


ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରିଅଛନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରିଅଛନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦେଇଅଛନ୍ତି।


ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ ହୋଇଅଛି।


ଲୋକେ ସେମାନଙ୍କୁ ଡାକି କହିଲେ, ହେ ଅଶୁଚି ଲୋକମାନେ, ଦୂର ହୁଅ ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ ! ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।


ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍‍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।


ଇସ୍ରାଏଲ କି ଦାସ ? ସେ କି ଗୃହଜାତ ଜନ୍ମରୁ ଦାସ ? ତେବେ ସେ କାହିଁକି ଲୁଟିତ ଦ୍ରବ୍ୟ ହୋଇଅଛି ?


ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍‍ଗାର କରିବ ନାହିଁ।


ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍‍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍‍ଗାର କରିବ।


ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍‍ଗାର କରୁଅଛି।


ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍‍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା।


ସଦାପ୍ରଭୁ କହନ୍ତି, ‘ସେମାନେ କ’ଣ ଆମ୍ଭକୁ ବିରକ୍ତ କରନ୍ତି ? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କ’ଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି ?’


ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋ’ ବାକ୍ୟରେ କର୍ଣ୍ଣପାତ କର।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋର ବିଷୟରେ ବିଳାପ କର;


Swiv nou:

Piblisite


Piblisite