Biblia Todo Logo
Bib sou entènèt

- Piblisite -




ଯିରିମୀୟ 9:6 - ଓଡିଆ ବାଇବେଲ

6 ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, “ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତିସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ଵୀକାର କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ

6 ଗୋଟିଏ ମନ୍ଦକର୍ମ ପରେ ଅନ୍ୟ ଏକ ମନ୍ଦକର୍ମ ଗ୍ଭଲେ ଓ ପ୍ରବଞ୍ଚନା ଲାଗି ରହେ।” ତେଣୁ ସଦାପ୍ରଭୁ କହନ୍ତି, “ଏହି ମିଥ୍ୟା ଓ ପ୍ରବଞ୍ଚନା ଯୋଗୁଁ ସେମାନେ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।”

Gade chapit la Kopi




ଯିରିମୀୟ 9:6
21 Referans Kwoze  

ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।”


ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ ।


ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।


କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।


ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ, ଏହି କଥା କହି ସେମାନେ ଯେ ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।


ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି ? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।


ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।


କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;


ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;


ଯଥାର୍ଥରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ୱରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି ।


ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”


ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।


ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।


ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।”


ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;


ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍‍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।


ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା ? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା ? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା ? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା ? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


Swiv nou:

Piblisite


Piblisite