Biblia Todo Logo
Bib sou entènèt

- Piblisite -




ଯୋହନ 1:11 - ଓଡିଆ ବାଇବେଲ

11 ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସେ ତାଙ୍କ ନିଜ ରାଜ୍ୟକୁ ଆସିଲେ, ଅଥଚ ତାଙ୍କ ଲୋକମାନେ ତାଙ୍କୁ ଗ୍ରହଣ କଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ସେ ତାହାଙ୍କ ନିଜ ଜଗତକୁ ଆସିଲେ, କିନ୍ତୁ ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ,

Gade chapit la Kopi




ଯୋହନ 1:11
17 Referans Kwoze  

କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ ।


ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ ।


କିନ୍ତୁ ଯୀଶୁ ଉତ୍ତର ଦେଲେ, ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ ।


କାରଣ ମୁଁ କହେ, ଖ୍ରୀଷ୍ଟ, ଈଶ୍ୱରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,


ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୂଦୀମାନଙ୍କ ନିକଟକୁ ଯାଉଅଛୁ,


ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ, ଆମେନ୍‍ ।


କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ,


ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି ।


ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,


ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ ।


ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;


ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, ଦେଖ, ତୁମ୍ଭର ମାତା ! ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାଙ୍କୁ ଆପଣା ଗୃହକୁ ଘେନିଗଲେ ।


ଆଉ ଆମ୍ଭେମାନେ ସମୁଦ୍ରକୂଳରେ ଆଣ୍ଠୁପାତି ପ୍ରାର୍ଥନା କଲୁ, ପୁଣି, ପରସ୍ପରଠାରୁ ବିଦାୟ ନେଲୁ; ପରେ ଆମ୍ଭେମାନେ ଜାହାଜରେ ଚଢ଼ିଲୁ, ଆଉ ସେମାନେ ଘରକୁ ବାହୁଡ଼ିଗଲେ ।


Swiv nou:

Piblisite


Piblisite