Biblia Todo Logo
Bib sou entènèt

- Piblisite -




ଯୋହନ 1:13 - ଓଡିଆ ବାଇବେଲ

13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ଵରଙ୍କଠାରୁ ଜାତ ହେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସ୍ୱାଭାବିକଭାବେ ଅର୍ଥାତ୍ ମାନବୀୟ ପିତାଙ୍କଠାରୁ ଜାତ ହେବା ଦ୍ୱାରା ଏମାନେ ଈଶ୍ୱରଙ୍କ ସନ୍ତାନ ସନ୍ତାନ ହୋଇ ନାହାନ୍ତି। ସ୍ୱୟଂ ଈଶ୍ୱର ଏମାନଙ୍କର ପିତା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ।

Gade chapit la Kopi

ପବିତ୍ର ବାଇବଲ

13 ହଁ, ସେମାନେ ପରମେଶ୍ୱରଙ୍କ ସନ୍ତାନ ହେଲେ। ସେହି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଶାରୀରିକ ଭାବେ ଜନ୍ମ ହେଲେ ନାହିଁ କିମ୍ବା ପିତା-ମାତାଙ୍କର ଇଚ୍ଛା ଏବଂ ଯୋଜନା ଅନୁସାରେ ଜନ୍ମ ଗ୍ରହଣ କରି ନ ଥିଲେ, କିନ୍ତୁ ପରମେଶ୍ୱରଙ୍କ ନିଜେ ସେମାନଙ୍କୁ ଆପଣା ସନ୍ତାନ କଲେ।

Gade chapit la Kopi




ଯୋହନ 1:13
25 Referans Kwoze  

ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ୱରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ୱରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ ।


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ ।


ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ୱରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ ।


ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ୱରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ୱରଙ୍କଠାରୁ ଜାତ ଓ ଈଶ୍ୱରଙ୍କୁ ଜାଣେ ।


ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;


କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ୱର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି ।


ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ୱର ବୃଦ୍ଧି ସାଧନ କରିଅଛନ୍ତି ।


ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ ।


ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ ।


ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟ ଦେଖି ପାରେ ନାହିଁ ।


ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”


ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, ମୋହର ଏପରି କାହିଁକି ହେଲା ? ଏପରି କି ହୋଇଥାଏ ? ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।


ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି


ସେତେବେଳେ ଇସ୍‍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋ’ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”


ଇସ୍‍ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।


ପୁଣି, ମୁଁ ଯେଉଁପରି ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋ’ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।”


Swiv nou:

Piblisite


Piblisite