Biblia Todo Logo
Bib sou entènèt

- Piblisite -




ଯୋହନ 1:18 - ଓଡିଆ ବାଇବେଲ

18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କେହି କେବେ ଈଶ୍ଵରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ଵିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ। ତାଙ୍କ ସହିତ ଥିବା କେବଳ ତାଙ୍କର ଅଦ୍ୱିତୀୟ ପୁତ୍ର ତାଙ୍କୁ ପ୍ରକାଶ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।

Gade chapit la Kopi

ପବିତ୍ର ବାଇବଲ

18 ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।

Gade chapit la Kopi




ଯୋହନ 1:18
41 Referans Kwoze  

ସେ ଅଦୃଶ୍ୟ ଈଶ୍ୱରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,


କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ୱରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି ।


ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।


ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋ’ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।


କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ୱର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି ।


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ । ଆମେନ୍ ।


ଏଥିରେ ହିଁ ଈଶ୍ୱରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ ।


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି ।


ଈଶ୍ୱରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ୱରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ ।


ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି ।


ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି ।


ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କ'ଣ ମୋତେ ଜାଣିଲ ନାହିଁ ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ ?


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।


ସେତେବେଳେ ସଦାପ୍ରଭୁ ସେହି ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ପ୍ରତି କଥା କହିଲେ, “ତୁମ୍ଭେମାନେ ବାକ୍ୟର ଶବ୍ଦ ଶୁଣିଲ, ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ, ତୁମ୍ଭେମାନେ କେବଳ ଶବ୍ଦ ଶୁଣିଲ।”


ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?”


ଯିଶାଇୟ ଏହି ସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ ।


ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ । ଆମେନ୍ ।


ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।


ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !”


ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ-ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ ?


ଶସ୍ୟ ଓ ଦ୍ରାକ୍ଷାରସ କାହିଁ ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୁର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


ସେହି ସମୟରେ ମୁଁ ତାହାଙ୍କ ନିକଟରେ ରାଜମିସ୍ତ୍ରୀ ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି।


ସେତେବେଳେ ସଦାପ୍ରଭୁ ଅବ୍ରହାମ‌ଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱସ୍ଥାନକୁ ଫେରିଗଲେ।


ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ ।


ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତ ମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍‍ ଆକାଶ ପରି ଥିଲା।


ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ ।


ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି ।


Swiv nou:

Piblisite


Piblisite