Biblia Todo Logo
Bib sou entènèt

- Piblisite -




ଯୋହନ 1:43 - ଓଡିଆ ବାଇବେଲ

43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଲେ। ବାଟରେ ଫିଲିପ୍ ନାମକ ଜଣେ ବ୍ୟକ୍ତିକୁ ଭେଟି କହିଲେ, “ମୋ’ ସଙ୍ଗରେ ଆସ।” (

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”

Gade chapit la Kopi

ପବିତ୍ର ବାଇବଲ

43 ତା'ପରଦିନ ଯୀଶୁ ଗାଲିଲୀକୁ ଯିବା ପାଇଁ ସ୍ଥିର କଲେ। ସେ ଫିଲିପ୍ପଙ୍କୁ ଦେଖି କହିଲେ, “ମୋର ଅନୁଗମନ କର।”

Gade chapit la Kopi




ଯୋହନ 1:43
19 Referans Kwoze  

ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ।


ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, "ମୋହର ଅନୁଗମନ କର" । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ ।


“ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, ଆମ୍ଭକୁ ଦେଖ, ଆମ୍ଭକୁ ଦେଖ ବୋଲି ଆମ୍ଭେ କହିଲୁ।


ସେମାନେ ଗାଲିଲୀସ୍ଥ ବେଥ୍‍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା ।


ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ ।


ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କ କହିଲେ, ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା ?


ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧରାଯାଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି ।


ଯର୍ଦନର ପରପାରସ୍ଥ ଯେଉଁ ବେଥନୀଆରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହି ସବୁ ଘଟିଲା ।


କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି ।


ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଶହେ ଟଙ୍କାର ରୁଟି ଯଥେଷ୍ଟ ନୁହେଁ ।


ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ;


ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;


କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ ।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି ।


ଫିଲିପ୍ପ ବେଥ୍‍ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରୀୟ ଓ ପିତରଙ୍କର ନଗର ଥିଲା ।


ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ ।


ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ ।


Swiv nou:

Piblisite


Piblisite