Biblia Todo Logo
Bib sou entènèt

- Piblisite -




ଯୋହନ 10:1 - ଓଡିଆ ବାଇବେଲ

1 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ଵାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯୀଶୁ କହିଲେ: “ମୁଁ ସତ୍ୟ କହୁଛି, ଯେଉଁ ଲୋକ ଦ୍ୱାର ଦେଇ ମେଣ୍ଢାଶାଳରେ ପ୍ରବେଶ ନ କରି ଅନ୍ୟ ପଟୁ ବାଡ଼ ଡେଇଁ ପଶେ, ସେ ଚୋର ବା ଡକାଇତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;

Gade chapit la Kopi

ପବିତ୍ର ବାଇବଲ

1 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ଲୋକ ମେଷଶାଳରେ ପ୍ରବେଶ କରେ, ତେବେ ସେ ଦ୍ୱାର ବାଟେ ଯିବା ଉଚିତ୍। ଯଦି ସେ ଅନ୍ୟ ବାଟ ଚଢ଼ି ଭିତରକୁ ଯାଏ, ତେବେ ସେ ଗ୍ଭେର। ସେ ନିଶ୍ଚୟ ମେଷ ଗ୍ଭେରି କରିବା ପାଇଁ ଚେଷ୍ଟା କରୁଛି।

Gade chapit la Kopi




ଯୋହନ 10:1
28 Referans Kwoze  

ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ !


କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି ।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି ।


ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ୱରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ ।


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ ।


ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ ।


ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।


ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ ? ଯେପରି ଲେଖା ଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ ।


ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟ ଦେଖି ପାରେ ନାହିଁ ।


ଆମ୍ଭେ ଏହି ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ । ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି ।


ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।


ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।


ତେଣୁ ଯୀଶୁ ପୁନର୍ବାର କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର ।


Swiv nou:

Piblisite


Piblisite