Biblia Todo Logo
Bib sou entènèt

- Piblisite -




ଯୋହନ 10:4 - ଓଡିଆ ବାଇବେଲ

4 ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ଵର ଚିହ୍ନନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେମାନଙ୍କୁ ବାହାରକୁ ଆଣିବାବେଳେ ଆଗେ ଆଗେ ମେଷପାଳକ ଚାଲେ ଓ ମେଷଗୁଡ଼ିକ ତା’ର ପଛେ ପଛେ ଚାଲନ୍ତି, କାରଣ ସେମାନେ ତା’ର ସ୍ୱର ଚିହ୍ନନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;

Gade chapit la Kopi

ପବିତ୍ର ବାଇବଲ

4 ସେ ସବୁ ମେଷମାନଙ୍କୁ ବାହାରକୁ ଆଣେ, ସେମାନଙ୍କ ଆଗେ ଆଗେ ଗ୍ଭଲେ ଓ ମେଷମାନେ ତାହାର ଅନୁସରଣ କରନ୍ତି, କାରଣ ମେଷମାନେ ତା'ର ସ୍ୱର ଜାଣନ୍ତି।

Gade chapit la Kopi




ଯୋହନ 10:4
23 Referans Kwoze  

ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।


ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ ।


କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ ।


ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କ'ଣ ଜଣେ ରାଜା ନୁହଁ ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା । ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥି ନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି । ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ ।


ଏଥି ନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;


ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର ।


ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।


ଯେତେ ଜଣ ମୋ' ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ ।


ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ ।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି ।


ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି ।


ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ୱରଙ୍କ ଅନୁକାରୀ ହୁଅ;


ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ । ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି ।


ଏହି ତ ମୋ’ ପ୍ରିୟତମଙ୍କ ରବ ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି।


କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି ।


ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),


ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋ’ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋ’ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”


ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତା'ର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ ।


କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ ।


ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,


Swiv nou:

Piblisite


Piblisite