Biblia Todo Logo
Bib sou entènèt

- Piblisite -




ଯୋହନ 10:9 - ଓଡିଆ ବାଇବେଲ

9 ମୁଁ ଦ୍ୱାର, ଯଦି କେହି ମୋ' ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମୁଁ ଦ୍ଵାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ମୁଁ ହେଉଛି ଦ୍ୱାର। ଯେ ମୋ’ ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ ଏବଂ ଭିତରକୁ ଓ ବାହାରକୁ ଯାଇ ଚରା ପାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।

Gade chapit la Kopi

ପବିତ୍ର ବାଇବଲ

9 ମୁଁ ଫାଟକ। ଯେଉଁ ବ୍ୟକ୍ତି ମୋ’ (ଫାଟକ) ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ। ସେହି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା'ର ଯାହା ଦରକାର, ସେ ସବୁ ପାଇବ।

Gade chapit la Kopi




ଯୋହନ 10:9
16 Referans Kwoze  

ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ ।


କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ ।


ତେଣୁ ଯୀଶୁ ପୁନର୍ବାର କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;


କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି।


ଯେପରି ବଳିଯୋଗ୍ୟ ମେଷପଲ, ଯେପରି ନିରୂପିତ ପର୍ବମାନର ସମୟରେ ଯିରୂଶାଲମର ପଲ; ସେହିପରି ଶୂନ୍ୟ ନଗରସକଳ ପଲ ପଲ ମନୁଷ୍ୟରେ ପରିପୂର୍ଣ୍ଣ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତା'ର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ ।


Swiv nou:

Piblisite


Piblisite