Biblia Todo Logo
Bib sou entènèt

- Piblisite -




ଯୋହନ 11:2 - ଓଡିଆ ବାଇବେଲ

2 ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରିୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଏହି ମରିୟମ ଥରେ ପ୍ରଭୁଙ୍କ ଉପରେ ସୁଗନ୍ଧି ତୈଳ ଢାଳି ନିଜ କେଶରେ ତାଙ୍କ ପାଦ ପୋଛି ଦେଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ସେହି ମରିୟମ ପରେ ପ୍ରଭୁ ଯୀଶୁଙ୍କ ପାଦରେ ଅତି ମୂଲ୍ୟବାନ ଅତର ଢାଳି ନିଜ କେଶରେ ପାଦ ପୋଛି ଦେଇଥିଲେ। ସେମାନଙ୍କର ଭାଇ ଲାଜାର ଅସୁସ୍ଥ ଥିଲେ।

Gade chapit la Kopi




ଯୋହନ 11:2
11 Referans Kwoze  

ସେତେବେଳେ ମରିୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା ।


ସେ ବେଥନିଆରେ କୁଷ୍ଠୀ ଶିମୋନଙ୍କ ଗୃହରେ ଭୋଜନରେ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ ।


ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, ରୋଦନ କର ନାହିଁ ।


ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କ'ଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ?


ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି ।


ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥା'ନ୍ତା ।


ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରିୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋ' ଭାଇ ମରି ନ ଥା'ନ୍ତା ।


ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି ।


ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ ।


Swiv nou:

Piblisite


Piblisite