Biblia Todo Logo
Bib sou entènèt

- Piblisite -




ଯୋହନ 11:57 - ଓଡିଆ ବାଇବେଲ

57 ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

57 ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

57 ପ୍ରଧାନ ଯାଜକ ଓ ଫାରୁଶୀମାନେ ଆଦେଶ ଜାରି କରିଥିଲେ ଯେ ଯଦି କେହି ଯୀଶୁ କେଉଁଠାରେ ଅଛନ୍ତି ଜାଣିଥାଏ, ତେବେ ଏ ଖବର ଶୀଘ୍ର କର୍ତ୍ତୃପକ୍ଷମାନଙ୍କୁ ଜଣାଇ ଦେବେ। ତା’ହେଲେ ସେମାନେ ଯୀଶୁଙ୍କୁ ଗିରଫ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ

57 କିନ୍ତୁ ମହାଯାଜକ ଓ ଫାରୂଶୀମାନେ ଯୀଶୁଙ୍କ ସମ୍ବନ୍ଧରେ ଗୋଟିଏ ବିଶେଷ ଆଦେଶ ଦେଇଥିଲେ। ସେମାନେ ଘୋଷଣା କରିଥିଲେ ଯେ, ଯୀଶୁ କେଉଁଠାରେ ଅଛନ୍ତି ଏହା ଜାଣିଥିବା ବ୍ୟକ୍ତି ସଙ୍ଗେ ସଙ୍ଗେ ସେମାନଙ୍କୁ ଜଣାଇବ। ତେବେ ମୁଖ୍ୟ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରି ପାରିବେ।

Gade chapit la Kopi




ଯୋହନ 11:57
7 Referans Kwoze  

ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ ।


ତାହାର ପିତାମାତା ଯିହୂଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୂଦୀମାନେ ଏକମତ ହୋଇଥିଲେ ।


ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ ।


ମୋ’ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।


ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହି ସବୁ ସେମାନଙ୍କୁ ଜଣାଇଲେ ।


ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କ'ଣ କରୁଅଛୁ ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି ।


Swiv nou:

Piblisite


Piblisite