Biblia Todo Logo
Bib sou entènèt

- Piblisite -




ଯୋହନ 11:9 - ଓଡିଆ ବାଇବେଲ

9 ଯୀଶୁ ଉତ୍ତର ଦେଲେ, ଦିନରେ କ'ଣ ବାର ଘଣ୍ଟା ନାହିଁ ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯୀଶୁ ଉତ୍ତର ଦେଲେ, ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯୀଶୁ କହିଲେ: “ଦିନର ଆଲୁଅ ବାର ଘଣ୍ଟା ନ ଥାଏ କି? ଯେ ଦିନର ଆଲୁଅରେ ଚାଲେ, ସେ ଝୁଣ୍ଟିପଡ଼ ନାହିଁ, କାରଣ ଜଗତ ସେତେବେଳେ ଆଲୋକିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯୀଶୁ ଉତ୍ତର ଦେଲେ, “ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;

Gade chapit la Kopi

ପବିତ୍ର ବାଇବଲ

9 ଯୀଶୁ ଉତ୍ତର ଦେଲେ, “ଦିନ ମଧ୍ୟରେ ବାରଘଣ୍ଟା ଆଲୋକ ଥାଏ। ଜଣେ ଲୋକ ଦିନବେଳେ ଗ୍ଭଲିଲେ ସେ ଝୁଣ୍ଟେ ନାହିଁ କି ପଡ଼େ ନାହିଁ, କାରଣ ଜଗତର ଆଲୋକରେ ସେ ଦେଖି ପାରେ।

Gade chapit la Kopi




ଯୋହନ 11:9
7 Referans Kwoze  

ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରି ପାରେ ନାହିଁ, ଏପରି ରାତ୍ରି ଆସୁଅଛି ।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି । ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥି ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ ।


ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।”


ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।


କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟେ, କାରଣ ତାହା ଅନ୍ତରରେ ଜ୍ୟୋତିଃ ନାହିଁ ।


ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ ।


Swiv nou:

Piblisite


Piblisite