Biblia Todo Logo
Bib sou entènèt

- Piblisite -




ଯୋହନ 13:2 - ଓଡିଆ ବାଇବେଲ

2 ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେ ଦିନ ଯୀଶୁ ଓ ତାଙ୍କ ଶିଷ୍ୟମାନେ ରାତ୍ରିଭୋଜନରେ ବସିଥିଲେ। ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିବା ପାଇଁ ଶିମୋନର ପୁତ୍ର ଇଷ୍କରିୟୋଥ ଯିହୁଦାକୁ ଶୟତାନ ପ୍ରବର୍ତ୍ତାଇ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,

Gade chapit la Kopi

ପବିତ୍ର ବାଇବଲ

2 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସନ୍ଧ୍ୟା ଭୋଜନରେ ବସିଥିଲେ। ଶିମୋନର ପୁତ୍ର ଇଷ୍କାରିୟୋତ ଯିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।

Gade chapit la Kopi




ଯୋହନ 13:2
14 Referans Kwoze  

ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?


କାରଣ ଈଶ୍ୱରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ସେମାନଙ୍କ ମନରେ ସୂଚାଇ ଦେଲେ ।


ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଲାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;


କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍‍ଯୋଗ ଜନ୍ମାଇଅଛନ୍ତି;


ଶିମୋନ, ଶିମୋନ,ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;


ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଈଷ୍କାରିୟୋଥ ନାମକ ଯିହୂଦା ଠାରେ ଶୟତାନ ପ୍ରବେଶ କଲା;


ତହୁଁ ରାତ୍ରିରେ ମୁଁ ଓ ମୋ’ ସଙ୍ଗେ କେତେକ ଲୋକ ଉଠିଲୁ; ପୁଣି, ମୋର ପରମେଶ୍ୱର ଯିରୂଶାଲମ ନିମନ୍ତେ ଯାହା କରିବାକୁ ମୋର ମନରେ ପ୍ରବୃତ୍ତି ଦେଇଥିଲେ, ତାହା ମୁଁ କାହାକୁ ଜଣାଇଲି ନାହିଁ; ଆଉ ମୁଁ ଯେଉଁ ପଶୁ ଉପରେ ଚଢ଼ିଥିଲି, ତାହା ଛଡ଼ା ଅନ୍ୟ ପଶୁ ମୋ’ ସଙ୍ଗରେ ନ ଥିଲା।


ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,


ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ ।


କିଣାନୀୟ ଶିମୋନ ଓ ଈଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।


କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ ।


Swiv nou:

Piblisite


Piblisite