Biblia Todo Logo
Bib sou entènèt

- Piblisite -




ଯୋହନ 13:4 - ଓଡିଆ ବାଇବେଲ

4 ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟୀ ବନ୍ଧନ କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ତେଣୁ ଯୀଶୁ ଆସନରୁ ଉଠିଯାଇ ତାଙ୍କ ଉତ୍ତରୀୟ ବାହାର କରିଦେଲେ ଓ ଅଣ୍ଟାରେ ଗୋଟିଏ ଗାମୁଛା ବାନ୍ଧିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବାହ୍ୟ ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ।

Gade chapit la Kopi

ପବିତ୍ର ବାଇବଲ

4 ସେମାନେ ଖାଇବା ସମୟରେ ଯୀଶୁ ଠିଆ ହୋଇ ପିନ୍ଧିଥିବା ଲମ୍ବା ପୋଷାକଟି ଖୋଲିଦେଲେ। ସେ ଅଣ୍ଟାରେ ଗୋଟିଏ ତଉଲିଆ ଗୁଡ଼େଇ ହୋଇ ପଡ଼ିଲେ।

Gade chapit la Kopi




ଯୋହନ 13:4
9 Referans Kwoze  

କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ ।


କାରଣ କିଏ ଶ୍ରେଷ୍ଠ ? ଯେ ଭୋଜନ ନିମନ୍ତେ ମେଜରେ ବସିଅଛି, ନା ଯେ ସେବକ ? ଭୋଜନ ନିମନ୍ତେ ମେଜରେ ବସିଅଛି, ସେ କି ଶ୍ରେଷ୍ଠ ନୁହଁନ୍ତି ? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି ।


ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ ।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରିଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ ?


ମାତ୍ର ଯିହୋଶାଫଟ୍‍ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍‍ବକ୍ତା କ’ଣ ଏଠାରେ ନାହାନ୍ତି ?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟ୍‍ର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”


ସେ କ'ଣ ବରଂ ତାହାକୁ କହିବ ନାହିଁ, ମୋର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋର ସେବା କର, ତାହା ପରେ ତୁ ଖିଆପିଆ କରିବୁ ?


ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କ'ଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ ?


କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;


Swiv nou:

Piblisite


Piblisite