Biblia Todo Logo
Bib sou entènèt

- Piblisite -




ଯୋହନ 15:1 - ଓଡିଆ ବାଇବେଲ

1 ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି ମୋହର ପିତା କୃଷକ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 “ମୁଁ ପ୍ରକୃତ ଦ୍ରାକ୍ଷାଲତା ଓ ମୋର ପିତା କୃଷକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ।

Gade chapit la Kopi

ପବିତ୍ର ବାଇବଲ

1 ଯୀଶୁ କହିଲେ, “ମୁଁ ହେଉଛି ପ୍ରକୃତ ଦ୍ରାକ୍ଷାଲତା ଓ ମୋର ପରମପିତା କୃଷକ ଅଟନ୍ତି।

Gade chapit la Kopi




ଯୋହନ 15:1
28 Referans Kwoze  

ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ ?


କାରଣ ଆମ୍ଭେମାନେ ଈଶ୍ୱରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ୱରଙ୍କ କ୍ଷେତ୍ର, ଈଶ୍ୱରଙ୍କ ଗୃହ ।


ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।


ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।


କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ ।


ଅନେକ ପଲ ରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।


ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ। କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି ।


ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ ।


ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ ।


ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାଁନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି;


ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରି ଗଛ ଲଗାଯାଇଥିଲା । ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ ।


କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ ।


ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।


ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନ ସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।


ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ ।


କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା ।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ୱରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା।


କିନ୍ତୁ ଯୀଶୁ ଉତ୍ତର ଦେଲେ, ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାଁନ୍ତି, ସେ ସବୁ ଉତ୍ପାଟିତ ହେବ ।


ମୋ'ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି ।


କିନ୍ତୁ ଯଦି କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତ ବୃକ୍ଷର ଶାଖା ହେଲେ ହେଁ ସେହି ସବୁ ମଧ୍ୟରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,


Swiv nou:

Piblisite


Piblisite