Biblia Todo Logo
Bib sou entènèt

- Piblisite -




ଯୋହନ 16:1 - ଓଡିଆ ବାଇବେଲ

1 ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସମସ୍ତ କଥା କହିଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 “ତୁମ୍ଭେମାନେ ଯେପରି ନିଜର ବିଶ୍ୱାସ ନ ହରାଅ, ସେଥବପାଇଁ ମୁଁ ଏହିସବୁ କଥା କହିଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଅଛି।

Gade chapit la Kopi

ପବିତ୍ର ବାଇବଲ

1 “ମୁଁ ତୁମ୍ଭକୁ ଏହିସବୁ କଥା କହିଛି, ଯେପରି ଲୋକମାନେ ତୁମ୍ଭର ବିଶ୍ୱାସ ନଷ୍ଟ କରି ନ ପାରନ୍ତି।

Gade chapit la Kopi




ଯୋହନ 16:1
11 Referans Kwoze  

ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ ।


ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।


ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥି ନିମନ୍ତେ ମୁଁ ଏହି ସବୁ କଥା ତୁମ୍ଭମାନଙ୍କୁ କହିଅଛି । ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହି ସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ ।


ସେତେବେଳେ ଅନେକେ ବିଘ୍ନ ପାଇବେ,ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,


ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ ।


ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ । କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ ।


ଆଉ, ଯେ କେହି ମୋ'ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ ।


ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥି ନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି ।


ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି, ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,


Swiv nou:

Piblisite


Piblisite