Biblia Todo Logo
Bib sou entènèt

- Piblisite -




ଯୋହନ 17:1 - ଓଡିଆ ବାଇବେଲ

1 ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯୀଶୁ ଏହିସମସ୍ତ କଥା କହି ସ୍ଵର୍ଗଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ଵିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ଵିତ କରନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଏହି ସବୁ କଥା କହିସାରିବା ପରେ, ଯୀଶୁ ଊଦ୍ଧ୍ୱର୍ମୁଖ ହୋଇ ପ୍ରାର୍ଥନା କଲେ; “ପିତା, ମୋର ସମୟ ଉପସ୍ଥିତ। ତୁମ ପୁତ୍ରଙ୍କୁ ମହିମାନ୍ୱିତ କର। ତା’ହେଲେ ପୁତ୍ର ମଧ୍ୟ ତୁମକୁ ମହିମାନ୍ୱିତ କର। ତା’ହେଲେ ପୁତ୍ର ମଧ୍ୟ ତୁମକୁ ମହିମାନ୍ୱିତ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,

Gade chapit la Kopi

ପବିତ୍ର ବାଇବଲ

1 ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ୱର୍ଗ ଆଡ଼େ ଗ୍ଭହିଁଲେ। ସେ ପ୍ରାର୍ଥନା କଲେ, “ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହୋଇଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ୱିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବାନ୍ୱିତ କରି ପାରିବେ।

Gade chapit la Kopi




ଯୋହନ 17:1
20 Referans Kwoze  

ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ ।


ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ ।


ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ ।


ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି ।


କିନ୍ତୁ ଯୀଶୁ ତାହା ଶୁଣି କହିଲେ, ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ୱରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ଵାରା ଈଶ୍ୱରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି ।


ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି ।


ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ।


ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ।


ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା ।


ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା ।


ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋ' ସାଙ୍ଗରେ ଅଛନ୍ତି ।


ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ ।


ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ ।


କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ ।


ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।


Swiv nou:

Piblisite


Piblisite