Biblia Todo Logo
Bib sou entènèt

- Piblisite -




ଯୋହନ 18:3 - ଓଡିଆ ବାଇବେଲ

3 ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅତଏବ, ଯିହୂଦା ସୈନ୍ୟଦଳ ପୁଣି ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ତେଣୁ ସେ ଦଳେ ରୋମୀୟ ସୈନିକ ଓ ମୁଖ୍ୟ ଯାଜକ ଓ ଫାରୁଶୀମାନେ ପଠଶଇଥିବା ମନ୍ଦିର ପ୍ରହରୀମାନଙ୍କୁନେଇ ସେଠାରେ ପହଞ୍ôଚଲା। ସେମାନେ ଅସ୍ତ୍ରଶସ୍ତ୍ର, ଦୀପ ଓ ମଶାଲ ଧରିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା।

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ସେ ଦଳେ ସୈନ୍ୟଙ୍କୁ ନେଇ ବଗିଗ୍ଭକୁ ଗଲା। ସେ ମୁଖ୍ୟ ଯାଜକ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ପ୍ରହରୀମାନଙ୍କୁ ମଧ୍ୟ ଆଣିଥିଲା। ସେମାନେ ମଶାଲ, ଲଣ୍ଠନ ଓ ଅସ୍ତ୍ରଶସ୍ତ୍ର ଆଣି ସେଠାରେ ପହଞ୍ଚିଲେ।

Gade chapit la Kopi




ଯୋହନ 18:3
15 Referans Kwoze  

ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୂଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ


ମୋର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;


ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।


ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,


ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ ।


ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ ।


ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ ।


ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ ?


ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ । ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ ।


କାଇସରିୟା ନଗରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତସେନାପତି ଥିଲେ;


Swiv nou:

Piblisite


Piblisite