Biblia Todo Logo
Bib sou entènèt

- Piblisite -




ଯୋହନ 19:5 - ଓଡିଆ ବାଇବେଲ

5 ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ । ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ !

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ !

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ବାଇଗଣିଆ ପୋଷାକ ଓ କଣ୍ଟା ମୁକୁଟ ପିନ୍ଧି ଯୀଶୁ ବାହାରକୁ ଆସିଲେ ଏବଂ ପିଲାତ ଜନତାକୁ କହିଲେ, “ଦେଖ, ଏ ସେହି ବ୍ୟକ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ!

Gade chapit la Kopi

ପବିତ୍ର ବାଇବଲ

5 ତା'ପରେ ଯୀଶୁ ବାହାରକୁ ଆସିଲେ। ସେ କଣ୍ଟାର ମୁକୁଟ ଓ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିଥିଲେ। ପୀଲାତ କହିଲେ, “ଦେଖ, ସେହି ଲୋକ।”

Gade chapit la Kopi




ଯୋହନ 19:5
8 Referans Kwoze  

ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ର ପିନ୍ଧାଇଲେ;


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି ।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି ।


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।


ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର !”


ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆ ଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି ? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।


ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାଣୁ ପାତି, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ ।


Swiv nou:

Piblisite


Piblisite