Biblia Todo Logo
Bib sou entènèt

- Piblisite -




ଯୋହନ 19:9 - ଓଡିଆ ବାଇବେଲ

9 ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ ? କିନ୍ତୁ ଯୀଶୁ ତାଙ୍କୁ ଉତ୍ତର ଦେଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାଙ୍କୁ ଉତ୍ତର ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ପ୍ରାସାଦ ଭିତରକୁ ଫେରି ଯାଇ ଯୀଶୁଙ୍କୁ ଡକାଇ ପଚାରିଲେ, “ତୁମେ କେଉଁଠାରୁ ଆସିଛ?” ଯୀଶୁ ନିରୁତ୍ତର ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାହାଙ୍କୁ ଉତ୍ତର ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 ସେ ପ୍ରାସାଦ ଭିତରକୁ ଫେରିଗଲେ ଓ ଯୀଶୁଙ୍କ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଛ?” ମାତ୍ର ଯୀଶୁ କିଛି ଉତ୍ତର ଦେଲେ ନାହିଁ।

Gade chapit la Kopi




ଯୋହନ 19:9
18 Referans Kwoze  

ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା ?


ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ୱରଦତ୍ତ ଏକ ଲକ୍ଷଣ;


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ବା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ ।


କିନ୍ତୁ ଯୀଶୁ ମୌନ ହୋଇ ରହିଲେ । ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ?


ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।


ଏ ଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକି କହିଲା, ପରମେଶ୍ୱରଙ୍କର ଏକ ଲୋକ ମୋ’ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;


ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କ'ଣ ଜଣେ ରାଜା ନୁହଁ ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା । ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥି ନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି । ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ ।


ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ ।


ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ ।


ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ ।


ଯୀଶୁ ଉତ୍ତର ଦେଲେ, ଆପଣ କ'ଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋ' ସମ୍ବନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି ?


ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ;


ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ ?


Swiv nou:

Piblisite


Piblisite