Biblia Todo Logo
Bib sou entènèt

- Piblisite -




ଯୋହନ 2:16 - ଓଡିଆ ବାଇବେଲ

16 ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ପାରା ବିକ୍ରେତାମାନଙ୍କୁ ଆଦେଶ ଦେଲେ, “ଏସବୁ ଏଠାରୁ ବାହାର କର। ମୋ’ ପିତାଙ୍କ ଗୃହକୁ ହାଟ ବଜାରରେ ପରିଣତ କର ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ସେ କାପ୍ତା-ବ୍ୟବସାୟୀମାନଙ୍କୁ କହିଲେ, “ଏଗୁଡ଼ିକ ଏଠାରୁ ଘେନିଯାଅ, ମୋହର ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ।”

Gade chapit la Kopi

ପବିତ୍ର ବାଇବଲ

16 ତା'ପରେ ଯୀଶୁ କପୋତ ବେପାରୀମାନଙ୍କୁ କହିଲେ, “ଏସବୁ ଜିନିଷ ଗୁଡ଼ିକ ଏଠାରୁ ନେଇଯାଅ। ମୋହର ପିତାଙ୍କ ଗୃହକୁ ଗୋଟିଏ ବାଣିଜ୍ୟ ଗୃହରେ ପରିଣତ କର ନାହିଁ।”

Gade chapit la Kopi




ଯୋହନ 2:16
17 Referans Kwoze  

ଆଉ ଯୀଶୁ ସେମାନଙ୍କୁ କହିଲେ, ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାୟତମାନଙ୍କ ବାସସ୍ଥାନ କରୁଅଛ ।


ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି ? ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।’


ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କ'ଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ ? କିନ୍ତୁ ତୁମ୍ଭେମାନେ ତାହାକୁ 'ଡକାୟତମାନଙ୍କ ଗହ୍ୱର' କରିଅଛ ।


ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କ'ଣ ଜାଣି ନ ଥିଲ ?


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ, ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି ।


ପୁଣି, ଯେଉଁମାନେ ଈଶ୍ୱରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ ।


ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଈଶ୍ୱରଙ୍କ ନିକଟକୁ ଆରୋହଣ କରୁଅଛି ।


ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରି ପାରେ ନାହିଁ ।


ଯୀଶୁ ଉତ୍ତର ଦେଲେ, ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ ।


ପରେ ଯୀଶୁ ଈଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,


କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ,


ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ;


Swiv nou:

Piblisite


Piblisite