Biblia Todo Logo
Bib sou entènèt

- Piblisite -




ଯୋହନ 3:11 - ଓଡିଆ ବାଇବେଲ

11 ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସତ୍ୟ ସତ୍ୟ ମୁଁ କହୁଅଛି, ଆମେ ଯାହା ଜାଣୁ, ତାହା କହୁ, ଯାହା ଦେଖିଛୁ, ତା’ର ସାକ୍ଷ୍ୟ ଦେଉ; ତଥାପି ତୁମେ କେହି ବିଶ୍ୱାସ କରୁ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।

Gade chapit la Kopi

ପବିତ୍ର ବାଇବଲ

11 ମୁଁ ତୁମ୍ଭକୁ ସତ୍ୟ କହୁଛି, ଆମ୍ଭେ ଯାହାସବୁ ଜାଣୁ ତାହା ସବୁ କହୁଛୁ, ଆମ୍ଭେ ଯାହା ଦେଖିଛୁ ତାହା ତୁମ୍ଭକୁ କହୁଛୁ, କିନ୍ତୁ ଆମ୍ଭେ ତୁମ୍ଭମାନଙ୍କୁ ଯାହା କହୁଛୁ, ତୁମ୍ଭେମାନେ ତାହା ଗ୍ରହଣ କରୁ ନାହଁ।

Gade chapit la Kopi




ଯୋହନ 3:11
31 Referans Kwoze  

ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହି ସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହି ସବୁ କର ।


ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର ।


କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କ'ଣ କହିବି ଓ କ'ଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ବା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ ।


ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋ' ନିଜର ନୁହେଁ, କିନ୍ତୁ ମୋ' ପ୍ରେରଣକର୍ତ୍ତାଙ୍କର ।


କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।


ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି ।


ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ସାରାଦିନ ଆପଣା ହସ୍ତ ବିସ୍ତାର କରିଅଛୁ;


ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ ।


ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋ’ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।


ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?


ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


ସେ ମୋତେ କହିଲେ, ବିଳମ୍ବ ନ କରି ଶୀଘ୍ର ଯିରୂଶାଲମରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ ।


ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ ।


ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ ।


ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ ।


ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟ ଦେଖି ପାରେ ନାହିଁ ।


ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।


ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।


ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।”


ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ୱରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,


ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ୱାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ୱର୍ଗୀୟ ବିଷୟ କହିଲେ କିପରି ବିଶ୍ୱାସ କରିବ ?


ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହି ସବୁ ଜଗତକୁ ଜଣାଉଅଛି ।


Swiv nou:

Piblisite


Piblisite