Biblia Todo Logo
Bib sou entènèt

- Piblisite -




ଯୋହନ 3:6 - ଓଡିଆ ବାଇବେଲ

6 ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଶରୀରରୁ ଯାହା ଜାତ, ତାହା ଶାରୀରିକ। ଆତ୍ମାରୁ ଯାହା ଜାତ, ତାହା ଆତ୍ମିକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା।

Gade chapit la Kopi

ପବିତ୍ର ବାଇବଲ

6 ଜଣେ ଲୋକର ଶରୀର ତା'ର ପିତା-ମାତାଙ୍କଠାରୁ ଜନ୍ମ ନିଏ। କିନ୍ତୁ ଜଣେ ଲୋକର ଆତ୍ମିକ ଜୀବନ ଆତ୍ମାଙ୍କଠାରୁ ଜନ୍ମ ନିଏ।

Gade chapit la Kopi




ଯୋହନ 3:6
25 Referans Kwoze  

ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି ।


ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ୱରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ୱରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ ।


କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ ।


କାରଣ ମୋ'ଠାରେ, ଅର୍ଥାତ୍‍, ମୋ' ଶରୀରରେ ଯେକୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରି ପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ ।


ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।


ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।


ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ ?


ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ ? ଜଣେ ନାହିଁ।


କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନ ଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ ।


ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଲାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;


ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍‍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ;


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି ।


ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ ।


କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପାଭିଳାଷଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,


ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।


ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ । ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ୱରଙ୍କ ମୋଶାଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ମୋଶାଙ୍କ ବ୍ୟବସ୍ଥାର ଦାସ ଅଟେ ।


ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ ।


Swiv nou:

Piblisite


Piblisite