Biblia Todo Logo
Bib sou entènèt

- Piblisite -




ଯୋହନ 5:7 - ଓଡିଆ ବାଇବେଲ

7 ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋ' ଆଗରୁ ପଶିଯାଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋʼ ଆଗରୁ ପଶିଯାଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ରୋଗୀଟି ଉତ୍ତର ଦେଲା, “ଆଜ୍ଞା, ପାଣି ଚହଲିଲା ବେଳେ ପୁଷ୍କରିଣୀ ପାଖକୁ ନେଇଯିବା ପାଇଁ ମୋର କେହି ନାହିଁ। ମୁଁ ଯିବାକୁ ଚେଷ୍ଟା କରିବାବେଳେ ଆଉ ଜଣେ ସେଠାରେ ଆଗେ ପହଞ୍ଚିଯାଏ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋʼ ଆଗରୁ ପଶିଯାଏ।

Gade chapit la Kopi

ପବିତ୍ର ବାଇବଲ

7 ସେ ରୋଗୀଟି ଉତ୍ତର ଦେଲା, “ମହାଶୟ, ପାଣି ହଲିବା ସମୟରେ ପାଣି ଭିତରକୁ ଯିବାରେ ସାହାଯ୍ୟ କରିବା ପାଇଁ ମୋର କେହି ଲୋକ ନାହାନ୍ତି। ମୁଁ ପ୍ରଥମେ ପାଣି ଭିତରକୁ ଯିବା ପାଇଁ ଚେଷ୍ଟା କଲାବେଳେ ଅନ୍ୟ ଜଣେ ମୋ’ ପୂର୍ବରୁ ପାଣି ଭିତରକୁ ଗ୍ଭଲିଯାଆନ୍ତି।”

Gade chapit la Kopi




ଯୋହନ 5:7
10 Referans Kwoze  

କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।


ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।


ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼ ।


ମୋ’ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋ’ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।


କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ।


ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ । [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;


ଯିରୂଶାଲମର ମେଷଦ୍ୱାର ନିକଟରେ ଗୋଟିଏ ପୁଷ୍କରିଣୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍‍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ ।


କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା ।]


ଯୀଶୁ ତାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାକୁ ପଚାରିଲେ, ତୁମ୍ଭେ କ'ଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ ?


Swiv nou:

Piblisite


Piblisite