Biblia Todo Logo
Bib sou entènèt

- Piblisite -




ଯୋହନ 6:12 - ଓଡିଆ ବାଇବେଲ

12 ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଯେପରି କିଛି ନଷ୍ଟ ନ ହୁଏ, ଏଥି ନିମନ୍ତେ ବଳିଥିବା ଭଙ୍ଗା ଖଣ୍ଡଗୁଡ଼ିକ ଏକାଠି କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ତଗୁଡ଼ିକ ଏକାଠି କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ସେମାନେ ସମସ୍ତେ ପରିତୃପ୍ତ ହେବା ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ: “ଯାହା ସବୁ ବଳି ପଡ଼ିଛି, ସେହିସବୁ ସଂଗ୍ରହ କରି ରଖ ଯେପରି କିଛି ନଷ୍ଟ ନ ହୁଏ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ଡଗୁଡ଼ିକ ଏକାଠି କର।”

Gade chapit la Kopi

ପବିତ୍ର ବାଇବଲ

12 ସବୁ ଲୋକମାନେ ଯଥେଷ୍ଟ ପରିମାଣରେ ଖାଇଲେ। ସେମାନେ ଖାଇ ସାରିବା ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ବଳକା ମାଛ ଓ ରୋଟୀ ଏକାଠି କର, କିଛି ନଷ୍ଟ କର ନାହିଁ।”

Gade chapit la Kopi




ଯୋହନ 6:12
12 Referans Kwoze  

ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି ।


ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ସେମାନେ ସେମାନଙ୍କ ନିକଟରେ ବଳିଥିବା ବାର ଟୋକେଇ ଭଙ୍ଗା ଖଣ୍ଡ ଉଠାଇନେଲେ ।


ତହିଁରେ ସେମାନେ ପ୍ରାଚୀରବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।


ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”


ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ।


ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା ।


ସେ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,


ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ ।


Swiv nou:

Piblisite


Piblisite