Biblia Todo Logo
Bib sou entènèt

- Piblisite -




ଯୋହନ 7:12 - ଓଡିଆ ବାଇବେଲ

12 ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଲୋକମାନେ ତାଙ୍କ ସମ୍ପର୍କରେ ତୁନି ତୁନିତ୍ଥକଥାବାର୍ତ୍ତା ହେଉଥିଲେ। କେତେକ କହିଲେ, “ସେ ଜଣେ ଉତ୍ତମ ଲୋକ।” ଅନ୍ୟମାନେ କହିଲେ, “ନା, ସେ ଲୋକଙ୍କୁ ଭୁଲ ବାଟରେ ନେଉଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି।

Gade chapit la Kopi

ପବିତ୍ର ବାଇବଲ

12 ସେଠାରେ ବହୁତ ଲୋକ ଥିଲେ। ସେମାନଙ୍କ ମଧ୍ୟରୁ ଅନେକେ ଗୋପନରେ ନିଜ ନିଜ ଭିତରେ ଯୀଶୁଙ୍କ ବିଷୟରେ କଥାବାର୍ତ୍ତା ହେଉଥିଲେ। କେତେକ ଲୋକ କହିଲେ, “ସେ ଜଣେ ଉତ୍ତମ ଲୋକ।” କିନ୍ତୁ ଅନ୍ୟମାନେ କହୁଥିଲେ, “ନା, ସେ ଲୋକମାନଙ୍କୁ ପ୍ରତାରଣା କରୁଛି।”

Gade chapit la Kopi




ଯୋହନ 7:12
20 Referans Kwoze  

ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ୱରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ । ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟ କର୍ମସବୁ କରି ପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା ।


ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କ'ଣ ଭ୍ରାନ୍ତ ହୋଇଅଛ?


ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ ।


ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,


ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରି ପାରେ ।


କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ । ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ ।


ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କ'ଣ ଜଣେ ଗାଲିଲୀୟ ଲୋକ ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ ।


ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି ।


ଆଉ ଦେଖ, ଯିହୂଦୀମାନଙ୍କର ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ,


ଶତସେନାପତି ଏହି ଘଟଣା ଦେଖି ଈଶ୍ୱରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ ।


ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ ।


ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ୱର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି ।


ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ ।


ମହାଶୟ, ଆମ୍ଭମାନଙ୍କର ମନେ ପଢ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି ।


ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ ।


ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ । ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍‌ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ ।


Swiv nou:

Piblisite


Piblisite