Biblia Todo Logo
Bib sou entènèt

- Piblisite -




ଯୋହନ 7:3 - ଓଡିଆ ବାଇବେଲ

3 ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହି ସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦା ପ୍ରଦେଶକୁ ଯାଅ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୁଦା ପ୍ରଦେଶକୁ ଯାଅ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ତେଣୁ ତାଙ୍କ ଭାଇମାନେ ତାଙ୍କୁ କହିଲେ, “ଏ ସ୍ଥାନ ଛାଡ଼ି ଯିହୁଦାକୁ ଫେରିଯାଅ। ତୁମେ କରୁଥିବା କାର୍ଯ୍ୟ ସବୁ ସେଠାରେ ତୁମକୁ ଅନୁସରଣ କରୁଥିବା ଲୋକମାନେ ଦେଖନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦିୟା ପ୍ରଦେଶକୁ ଯାଅ,

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ଯୀଶୁଙ୍କର ଭାଇମାନେ ତାହାଙ୍କୁ କହିଲେ, “ଏ ସ୍ଥାନ ଛାଡ଼ ଓ ପର୍ବ ସକାଶେ ଯିହୂଦା ପ୍ରଦେଶକୁ ଯାଅ। ଯେପରି ତୁମ୍ଭର ଶିଷ୍ୟମାନେ ସେଠାରେ ତୁମ୍ଭେ କରୁଥିବା ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ ଦେଖି ପାରିବେ।

Gade chapit la Kopi




ଯୋହନ 7:3
17 Referans Kwoze  

ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।


କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ ।


କିନ୍ତୁ ପିତର ଏଗାରଜଣଙ୍କ ସହିତ ଠିଆ ହୋଇ ଉଚ୍ଚ ସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୂଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ ।


କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ ପ୍ରକାର ଗୋପନରେ ।


ତାହାଙ୍କ ମା' ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରି ପାରୁ ନ ଥିଲେ ।


ସେତେବେଳେ ତାହାଙ୍କ ମା ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇପଠାଇଲେ ।


କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।


ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍‍ ଶୁଣିଲା; ତହିଁରେ ଇଲୀୟାବ୍‍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, ତୁ କାହିଁକି ଏଠିକି ଆସିଲୁ ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ ? ମୁଁ ତୋ’ ଗର୍ବ ଓ ତୋ’ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।


ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା; ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”


ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି ।


ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ ।


ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ ?


ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି, ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ ।


କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ । ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର ।


ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମା' ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି ।


Swiv nou:

Piblisite


Piblisite