Biblia Todo Logo
Bib sou entènèt

- Piblisite -




ଯୋହନ 8:11 - ଓଡିଆ ବାଇବେଲ

11 ସେ କହିଲା, କେହି ନାହିଁ, ପ୍ରଭୁ । ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ ।]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେ କହିଲା, କେହି ନାହିଁ, ପ୍ରଭୋ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ତନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।]

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 “ନା, ପ୍ରଭୁ, କେହି ନାହାନ୍ତି”, ସେ ଉତ୍ତର ଦେଲା। ଯୀଶୁ ତାକୁ ଅଭୟ ଦେଇ କହିଲେ: “ମୁଁ ମଧ୍ୟ ତୁମକୁ ଦଣ୍ଡ ଦେବି ନାହିଁ। ଯାଅ, କିନ୍ତୁ ଆଉ ଥରେ ପାପ କର ନାହିଁ।”)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେ କହିଲା, କେହି ନାହିଁ, ପ୍ରଭୁ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।]

Gade chapit la Kopi

ପବିତ୍ର ବାଇବଲ

11 ସେ ସ୍ତ୍ରୀଲୋକଟି ଉତ୍ତର ଦେଲା, “ନା, ପ୍ରଭୁ ସେମାନଙ୍କ ମଧ୍ୟରୁ କେହି ମୋତେ ଦଣ୍ଡନୀୟ ବୋଲି ବିଗ୍ଭର କଲେ ନାହିଁ।” ତା'ପରେ ଯୀଶୁ କହିଲେ, “ତେଣୁ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଗ୍ଭର କରୁ ନାହିଁ। ତୁମ୍ଭେ ବର୍ତ୍ତମାନ ଯାଇପାର, କିନ୍ତୁ କେବେ ଆଉ ପାପ କରିବ ନାହିଁ।”

Gade chapit la Kopi




ଯୋହନ 8:11
27 Referans Kwoze  

ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ ।


ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାକୁ କହିଲେ, ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ ।


ତୁମ୍ଭେମାନେ ମନୁଷ୍ୟ ଭାବରେ ବିଚାର କରିଥାଅ, ମୁଁ କାହାରି ବିଚାର କରେ ନାହିଁ ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ ।


ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି ।


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;


କିମ୍ବା ଈଶ୍ୱରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ ?


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ୱରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ ।


ଯୀଶୁ ଉତ୍ତର ଦେଲେ, ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୂଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍‍ସମ୍ବନ୍ଧୀୟ ନୁହେଁ ।


କିନ୍ତୁ ଏହି ଯେ ତୋହର ଭାଇଟି ମରିଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ ।


ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।


ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତାଙ୍କ ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ;


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେଉଁ ସମସ୍ତ ନଗର ଦେବେ, ତହିଁର ଦ୍ୱାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।


ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି ।


କାରଣ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କ'ଣ ଅଛି ? ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ ?


ତାପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଗଲେ ।


Swiv nou:

Piblisite


Piblisite