Biblia Todo Logo
Bib sou entènèt

- Piblisite -




ଯୋହନ 8:51 - ଓଡିଆ ବାଇବେଲ

51 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି କେବେ ହେଁ ମୃତ୍ୟୁ ଦର୍ଶନ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

51 ମୁଁ ସତ୍ୟ କହୁଛି, ଯେ ମୋର ଉପଦେଶ ପାଳନ କରେ, ସେ କେବେ ମରିବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

51 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କେହି ମୋ’ ଉପଦେଶ ମାନେ, ତେବେ ସେ ଲୋକ କେବେ ମରିବ ନାହିଁ।”

Gade chapit la Kopi




ଯୋହନ 8:51
15 Referans Kwoze  

ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି ।


ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର । ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ ।


କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥି ନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ ।


ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା ।


ବିଶ୍ୱାସ ଦ୍ୱାରା ହନୋକ ମୃତ୍ୟୁଭୋଗ ନ କରି ଅନ୍ତର୍ହିତ ହେଲେ; ସେ ଆଉ ଦେଖାଗଲେ ନାହିଁ, କାରଣ ଈଶ୍ୱର ତାଙ୍କୁ ଅନ୍ତର୍ହିତ କରିଥିଲେ । ସେ ଯେ ଈଶ୍ୱରଙ୍କର ସନ୍ତୋଷପାତ୍ର, ଅନ୍ତର୍ହିତ ହେବା ପୂର୍ବେ ସେଥିର ସାକ୍ଷ୍ୟ ପ୍ରାପ୍ତ ହୋଇଥିଲେ;


ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ ?


ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ । ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ ।


ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ ।


ଯିହୂଦୀମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ ।


ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା ।


ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି ।


କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ୱରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।


Swiv nou:

Piblisite


Piblisite