Biblia Todo Logo
Bib sou entènèt

- Piblisite -




ଯୋହନ 9:2 - ଓଡିଆ ବାଇବେଲ

2 ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା ? ନିଜେ ନା ଏହାର ପିତାମାତା ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ବାପମା?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଶିଷ୍ୟମାନେ ପଚାରିଲେ, “ଗୁରୁ, କାହାର ପାପ ଲାଗି ଏ ଲୋକଟି ଅନ୍ଧ ହୋଇ ଜନ୍ମ ହୋଇଛି- ତା’ ନିଜର ନା ତା’ ପିତାମାତାଙ୍କ ପାପ ଲାଗି?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ପିତାମାତା?

Gade chapit la Kopi

ପବିତ୍ର ବାଇବଲ

2 ଯୀଶୁଙ୍କର ଶିଷ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଏହି ଲୋକଟି ଜନ୍ମରୁ ଅନ୍ଧ କିନ୍ତୁ ସେ କାହାର ପାପ ହେତୁ ଅନ୍ଧ ହୋଇ ଜନ୍ମ ହେଲା? ଏହା ତା’ ନିଜର ପାପ ନା ତା’ ପିତାମାତାଙ୍କର?”

Gade chapit la Kopi




ଯୋହନ 9:2
9 Referans Kwoze  

ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ ?


ସେମାନେ ତାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ ? ସେଥିରେ ସେମାନେ ତାକୁ ବାହାର କରିଦେଲେ ।


ବର୍ବରମାନେ ତାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ ।


ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;


ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲିୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।


ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି ।


କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ ।


ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରିବା ହେଉନ୍ତୁ ।


ସେ ଯାଉଥିବା ସମୟରେ ଜଣେ ଜନ୍ମାନ୍ଧକୁ ଦେଖିଲେ ।


Swiv nou:

Piblisite


Piblisite