Biblia Todo Logo
Bib sou entènèt

- Piblisite -




ଯୂନସ 1:2 - ଓଡିଆ ବାଇବେଲ

2 “ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ କହିଲେ, “ନୀନିବୀ ଗୋଟିଏ ବିରାଟ ନଗରୀ। ସେଠାରେ ଲୋକମାନେ ବହୁତ ମନ୍ଦକାର୍ଯ୍ୟ କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ଉଠ ଓ ସେହି ନଗରୀକୁ ଯାଅ ଏବଂ ତାହା ବିରୁଦ୍ଧରେ ଆମ୍ଭ ବିଗ୍ଭରଧାରା ଘୋଷଣା କର।”

Gade chapit la Kopi




ଯୂନସ 1:2
24 Referans Kwoze  

ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍‍ ପୁରୀ ଓ କେଲହ,


ନୀନିବୀ ବିଷୟକ ବାର୍ତ୍ତା। ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ।


ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା ?”


“ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।”


ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।


କାରଣ ତାହାର ପାପରାଶୀ ସ୍ଵର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ୱର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି ।


ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।


ମାତ୍ର ଯାକୁବକୁ ତାହାର ଆଜ୍ଞା-ଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।


ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।


“ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।


ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି ।


ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୂଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ ।


ନୀନିବୀର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି ।


ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।


ଯଦି ପୁଣି, ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ, ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋ’ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।


ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରି ଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।


ତହିଁରେ ଯୂନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ। ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା।


ମାତ୍ର ସେଠାରେ ଓଦେଦ୍‍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍‍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।


ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ ?


Swiv nou:

Piblisite


Piblisite