Biblia Todo Logo
Bib sou entènèt

- Piblisite -




ଯୂନସ 1:8 - ଓଡିଆ ବାଇବେଲ

8 ସେତେବେଳେ ସେମାନେ ତାଙ୍କୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ ? ତୁମ୍ଭର କେଉଁ ଦେଶ ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେତେବେଳେ ସେମାନେ ତାଙ୍କୁ କହିଲେ, କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ? ତୁମ୍ଭର କେଉଁ ଦେଶ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେତେବେଳେ ସେମାନେ ତାଙ୍କୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ? ତୁମ୍ଭର କେଉଁ ଦେଶ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ?”

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ ଲୋକମାନେ ଯୂନସକୁ କହିଲେ, “ଏହା ହେଉଛି ତୁମ୍ଭର ଦୋଷ, ଯାହା ଯୋଗୁଁ ଆମ୍ଭମାନଙ୍କର ଏହି ଭୟଙ୍କର ଦୁଃଖ ଘଟୁଛି। ତେଣୁ ତୁମ୍ଭେ କ’ଣ କରିଛ ଆମ୍ଭମାନଙ୍କୁ କୁହ। ତୁମ୍ଭର କାମ କ’ଣ? ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭର ଘର କେଉଁଠି? ତୁମ୍ଭର ଲୋକ କିଏ?”

Gade chapit la Kopi




ଯୂନସ 1:8
5 Referans Kwoze  

ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କର କେଉଁ ବ୍ୟବସାୟ ?” ସେମାନେ ଫାରୋଙ୍କୁ କହିଲେ, “ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ।”


ଏଥିରେ ଦାଉଦ ତାହାକୁ ପଚାରିଲେ, ତୁମ୍ଭେ କାହାର ଲୋକ ? ଓ ତୁମ୍ଭେ କେଉଁଠାରୁ ଆସିଅଛ ? ତହୁଁ ସେ କହିଲା, ମୁଁ ଜଣେ ମିସ୍ରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା।


ତେବେ ଯିହୋଶୂୟ ଆଖନ୍‍କୁ କହିଲେ, ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋଠୁଁ ତାହା ଲୁଚାଅ ନାହିଁ।


ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର । ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ ।


ସେତେବେଳେ ଶାଉଲ ଯୋନାଥନକୁ କହିଲେ, ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ। ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ୱାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି।


Swiv nou:

Piblisite


Piblisite