Biblia Todo Logo
Bib sou entènèt

- Piblisite -




ଯୂନସ 3:4 - ଓଡିଆ ବାଇବେଲ

4 ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ଯୁନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ଵରରେ ଘୋଷଣା କରି କହିଲେ, ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ଉତ୍ପାଟିତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”

Gade chapit la Kopi

ପବିତ୍ର ବାଇବଲ

4 ଯୂନସ ନଗରର କେନ୍ଦ୍ରସ୍ଥଳୀକୁ ଯାଇ ତା'ର ପ୍ରଗ୍ଭର ଲୋକମାନଙ୍କ ମଧ୍ୟରେ ଆରମ୍ଭ କଲେ। ଯୂନସ କହିଲେ, “ଗ୍ଭଳିଶ୍ ଦିନ ପରେ ନୀନିବୀ ଧ୍ୱଂସ ହେବ।”

Gade chapit la Kopi




ଯୂନସ 3:4
10 Referans Kwoze  

କୌଣସି ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍‍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।


ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।


ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।’”


ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।’”


ନୀନିବୀର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି ।


କାରଣ ଯୂନସ ଯେପରି ନୀନିବୀୟମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ ।


ନୀନିବୀର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି ।


ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।


‘ଯଦି ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ମାଣ କରିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷାନ୍ତ ହେଲୁ।


Swiv nou:

Piblisite


Piblisite