Biblia Todo Logo
Bib sou entènèt

- Piblisite -




ଯୂନସ 3:6 - ଓଡିଆ ବାଇବେଲ

6 ଏଥିଉତ୍ତାରେ ଏହି ସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅନନ୍ତର ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ଭସ୍ମରେ ବସିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।

Gade chapit la Kopi

ପବିତ୍ର ବାଇବଲ

6 ନୀନିବୀର ରାଜା ଏ ବିଷୟରେ ଶୁଣିଲେ ଏବଂ ସେ ମଧ୍ୟ ମନ୍ଦକାର୍ଯ୍ୟ କରିଥିବା ଯୋଗୁଁ ଅନୁତାପ କଲେ। ରାଜା ସିଂହାସନ ଛାଡ଼ି ଦେଲେ। ସେ ତାଙ୍କର ଦୁଃଖ ପ୍ରକାଶ କରିବାକୁ ଯାଇ ରାଜକୀୟ ପୋଷାକ ପରିତ୍ୟାଗ କଲେ ଏବଂ ସାଧାରଣ ପୋଷାକ ପରିଧାନ କଲେ। ଅନୁତପ୍ତ ରାଜା ଧୂଳି ଉପରେ ବସି ପଡ଼ିଲେ।

Gade chapit la Kopi




ଯୂନସ 3:6
20 Referans Kwoze  

ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।


ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା।


ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।


ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାନ୍ତା, ତେବେ ସେମାନେ ସମୟ ପୁର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।


ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; କାରଣ ବିନାଶକ ଅକସ୍ମାତ୍‍ ଆମ୍ଭମାନଙ୍କୁ ଆକ୍ରମଣ କରିବ।


ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି।


ଗାଥ୍‍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।


ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ।


ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।


ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।


ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହିସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ,କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ।


ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଝୋଟର କନା ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।


ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ।


ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।


ତେବେ ବାରୂକ ଲୋକମାନଙ୍କ କର୍ଣ୍ଣଗୋଚରରେ ନଳାକାର ପୁସ୍ତକ ପାଠ କଲା ବେଳେ ମୀଖାୟ ଯାହା ଯାହା ଶୁଣିଥିଲା, ସେସବୁ କଥା ସେମାନଙ୍କୁ ଜଣାଇଲା।


Swiv nou:

Piblisite


Piblisite