Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 1:11 - ଓଡିଆ ବାଇବେଲ

11 ଛାଉଣି ମଧ୍ୟ ଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଛାଉଣି ମଧ୍ୟ ଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ-ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 “ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।’”

Gade chapit la Kopi

ପବିତ୍ର ବାଇବଲ

11 “ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯଥେଷ୍ଟ ସାମଗ୍ରୀ ପ୍ରସ୍ତୁତ କର। ତିନି ଦିନ ମଧ୍ୟରେ ଆମ୍ଭକୁ ଯର୍ଦ୍ଦନ ନଦୀ ପାର ହୋଇଯିବାକୁ ହେବ। ଆମ୍ଭେମାନେ ଯିବୁ ଏବଂ ସେହି ଦେଶ ଅଧିକାର କରିବୁ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଇଛନ୍ତି।’”

Gade chapit la Kopi




ଯିହୋଶୂୟ 1:11
9 Referans Kwoze  

ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;


ଯଥା, “ଫେରି ଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।


ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।


ତହୁଁ ତିନି ଦିନ ଉତ୍ତାରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ;


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ, ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।


ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ।


ଆମ୍ଭର ସେବକ ମୋଶା ମରିଅଛି, ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ।


ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ,


ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇ ଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।


Swiv nou:

Piblisite


Piblisite