Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:41 - ଓଡିଆ ବାଇବେଲ

41 ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବୀୟୋନ୍‍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବିୟୋନ୍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବୀୟୋନ୍‍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

41 ଯିହୋଶୂୟ ସେମାନଙ୍କୁ କାଦେଶ ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ଓ ଗିବିୟୋନ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।

Gade chapit la Kopi




ଯିହୋଶୂୟ 10:41
19 Referans Kwoze  

ଏହିରୂପେ ଯିହୋଶୂୟ ସେହିସବୁ ପ୍ରଦେଶ ଓ ସେଠାର ପର୍ବତମୟ ଦେଶ ଓ ସମସ୍ତ ଦକ୍ଷିଣାଞ୍ଚଳ ଓ ଗୋଶନର ସମସ୍ତ ପ୍ରଦେଶ ଓ ତଳଭୂମି ଓ ପଦାଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳଭୂମି;


ଓ ଗୋଶନ ଓ ହୋଲୋନ୍‍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର।


ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠି ଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”


ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।


ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ । ତାହା ମରୁଭୂମି ।


ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।


ଗିବୀୟୋନ୍‍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।”


ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ୱର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍‍ଦୋଦ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍‍ ପାଇଁ ଏକ, ଇକ୍ରୋଣ ପାଇଁ ଏକ;


ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା।


ଏଥିଉତ୍ତାରେ ଶାମ୍‍ଶୋନ୍‍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।


ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବୀୟୋନ୍‍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍‍ର ତଳ ଭୂମିରେ (ସ୍ତବ୍ଧ ହୁଅ)।


କାରଣ ଗିବୀୟୋନ୍‍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ।


ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍‍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍‍ସର-ଅଦରକୁ ଆସି ଅସ୍‍ମୋନ ପର୍ଯ୍ୟନ୍ତ ଯିବ।


ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।


ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।


ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟ ଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ।


ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।


ଇସ୍ରାଏଲ ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍‍ ଓ ଅସ୍‍ଦୋଦରେ କେହି କେହି ରହିଲେ।


Swiv nou:

Piblisite


Piblisite