Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:6 - ଓଡିଆ ବାଇବେଲ

6 ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ଗିବିୟୋନୀୟ ଲୋକମାନେ ଗିଲ୍ଗଲ୍ସ୍ଥିତ ଛାଉଣିକି ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, ତୁମ୍ଭେ ଆପଣାର ଏହି ଦାସ-ମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟ-ମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, “ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

6 ଗିବିୟୋନୀୟମାନେ ଗି‌ଲ୍‌ଗଲ୍ ଛାଉଣିଠାରେ ଯିହୋଶୂୟଙ୍କ ନିକଟକୁ ଏକ ବାର୍ତ୍ତା ପଠାଇଲେ। ସେହି ବାର୍ତ୍ତାବାହକ କହିଲା, “ଆମ୍ଭେ ଆପଣଙ୍କ ଦାସ, ଆମ୍ଭକୁ ଏକୁଟିଆ ଛାଡ଼ ନାହିଁ। ଆସ ଏବଂ ଆମ୍ଭମାନଙ୍କୁ ରକ୍ଷା କର। ଶୀଘ୍ର ଆସି ଆମ୍ଭକୁ ସାହାଯ୍ୟ କରି ଆମ୍ଭର ଜୀବନ ରକ୍ଷା କର। ଆଉ ସମସ୍ତ ଇମୋରୀୟ ଦେଶର ପର୍ବତ ନିବାସୀ ରାଜାମାନେ ସେମାନଙ୍କର ସୈନ୍ୟବାହିନୀ ସହିତ ଏକତ୍ରିତ ହୋଇ ଆମ୍ଭମାନଙ୍କୁ ଆକ୍ରମଣ କରୁଛନ୍ତି।”

Gade chapit la Kopi




ଯିହୋଶୂୟ 10:6
14 Referans Kwoze  

ଏହିରୂପେ ସେମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।”


ଇସ୍ରାଏଲ ସନ୍ତାନଗଣ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ-ପଦାରେ ନିସ୍ତାର ପର୍ବ ପାଳନ କଲେ।


ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳସ୍ଥ ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,


କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।


ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।


ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, “ଅଡ଼ାଇ ଚାଲ; ମୋ’ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।”


ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।


ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ।


ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶତପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।


ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”


ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍‍ର ରାଜା ଓ ଇଗ୍ଲୋନ୍‍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠି ଯାଇ ଗିବୀୟୋନ୍‍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।


ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍‍ଗଲ୍‍ରୁ ଯାତ୍ରା କଲେ।


ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କର ଦାସ।” ତେବେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଏ ? ପୁଣି କେଉଁଠାରୁ ଆସିଅଛ ?”


Swiv nou:

Piblisite


Piblisite