Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 11:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ହାସୋରର ରାଜା ଯାବୀନ୍‍ ସେହି ବିଷୟ ଶୁଣନ୍ତେ, ସେ ମାଦୋନର ରାଜା ଯୋବବ୍‍ ଓ ଶିମ୍ରୋଣର ରାଜା ଓ ଅକ୍‍ଷଫର ରାଜା ନିକଟକୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ହାତ୍ସୋରର ରାଜା ଯାବୀନ୍ ସେହି ବିଷୟ ଶୁଣନ୍ତେ, ସେ ମାଦୋନର ରାଜା ଯୋବବ୍ ଓ ଶିମ୍ରୋଣର ରାଜା ଓ ଅକ୍ଷଫର ରାଜା ନିକଟକୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ହାସୋରର ରାଜା ଯାବୀନ୍‍ ସେହି ବିଷୟ ଶୁଣନ୍ତେ, ସେ ମାଦୋନର ରାଜା ଯୋବବ୍‍ ଓ ଶିମ୍ରୋଣର ରାଜା ଓ ଅକ୍‍ଷଫର ରାଜା ନିକଟକୁ,

Gade chapit la Kopi

ପବିତ୍ର ବାଇବଲ

1 ହା‌ତ୍‌ସୋର ରାଜା ଯାବୀନ୍ ଏହିକଥା ଶୁଣିଲେ। ତେଣୁ ସେ ମନସ୍ଥ କଲେ, କେତେକ ରାଜାମାନଙ୍କର ସୈନ୍ୟବାହିନୀକୁ ଏକତ୍ର କରିବେ। ସେ ମାଦୋନର ରାଜା ଯୋବବ, ଶିମ୍ରୋଣର ରାଜା ଓ ଅ‌କ୍‌ଷଫର ରାଜାଙ୍କୁ ବାର୍ତ୍ତା ପଠାଇଲେ।

Gade chapit la Kopi




ଯିହୋଶୂୟ 11:1
19 Referans Kwoze  

ସେହି ସମୟରେ ଯିହୋଶୂୟ ଫେରି ଆସି ହାସୋର ହସ୍ତଗତ କଲେ ଓ ତହିଁର ରାଜାକୁ ଖଡ୍ଗରେ ଆଘାତ କଲେ; ପୂର୍ବକାଳରେ ହାସୋର ସେହି ସବୁ ରାଜ୍ୟର ମସ୍ତକ ଥିଲା।


ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍-ନିବାସୀ ସୀଷରା ତାହାର ସେନାପତି ଥିଲା।


ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।


ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।


ତଥାପି ସୀଷରା ପାଦଗତିରେ ପଳାଇ ସେହି କେନୀୟ ହେବରର ଭାର୍ଯ୍ୟା ଯାୟେଲର ତମ୍ବୁ ଆଡ଼କୁ ଗଲା; କାରଣ ସେସମୟରେ ହାସୋରର ରାଜା ଯାବୀନ୍‍ ଓ କେନୀୟ ହେବର-ବଂଶ ମଧ୍ୟରେ ଶାନ୍ତିଚୁକ୍ତି ଥିଲା।


ଓ ଆଦାମା ଓ ରାମା ଓ ହାସୋର


ମାଦୋନର ରାଜା, ଏକ; ହାସୋରର ରାଜା, ଏକ;


ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍‍ଗଲ୍‍ ଛାଉଣିକୁ ଫେରି ଆସିଲେ।


ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।


ସମୁଦାୟ ଦୋର ଉପପର୍ବତରେ ବିନ୍‍-ଅବୀନାଦବ୍‍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍‍ ଥିଲା।


ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।


ତହିଁରେ ସେମାନେ ଏକ ମନରେ ଯିହୋଶୂୟ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଏକତ୍ର ହେଲେ।


ଶିମ୍ରୋଣମରୋଣର ରାଜା, ଏକ; ଅକ୍‍ଷଫର ରାଜା, ଏକ;


ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ।


ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।


Swiv nou:

Piblisite


Piblisite