Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 11:6 - ଓଡିଆ ବାଇବେଲ

6 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ଵଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।”

Gade chapit la Kopi

ପବିତ୍ର ବାଇବଲ

6 ଏହା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେ ସମସ୍ତ ସୈନ୍ୟମାନଙ୍କୁ ଭୟ କର ନାହିଁ। ସେମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭର ସହାୟ ହେବି। ଆସନ୍ତା କାଲି ଏହି ସମୟରେ ତୁମ୍ଭେମାନେ ସେମାନଙ୍କୁ ହତ୍ୟା କରିବ। ତୁମ୍ଭେମାନେ ସେମାନଙ୍କର ଘୋଡ଼ାମାନଙ୍କୁ ଛୋଟା କରି ଦେବ ଓ ରଥଗୁଡ଼ିକୁ ପୋଡ଼ି ଦେବ।”

Gade chapit la Kopi




ଯିହୋଶୂୟ 11:6
24 Referans Kwoze  

ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।


ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।


ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରାବେଳେ ତୁମ୍ଭେମାନେ ଉଦ୍ଧାର ପାଇବ; ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।


ଏହେତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା ? ସଦାପ୍ରଭୁ କହିଲେ, ଯାଅ; ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।


ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।


ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟା ପ୍ରାପ୍ତ ହୁଏ।


ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର !


ମାତ୍ର ତୁମ୍ଭେମାନେ କହିଲ, ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ; ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା; ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍‍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ।


ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]


ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।


କାଲି ତୁମ୍ଭେମାନେ ସେମାନଙ୍କ ପ୍ରତିକୂଳରେ ଯାଅ; ଦେଖ, ସେମାନେ ସୀସ୍‍ ଘାଟୀ ଦେଇ ଆସୁଅଛନ୍ତି; ତୁମ୍ଭେମାନେ ଯିରୁୟେଲ୍‍ ପ୍ରାନ୍ତର ସମ୍ମୁଖସ୍ଥ ଉପତ୍ୟକାର ପ୍ରାନ୍ତ ଭାଗରେ ସେମାନଙ୍କୁ ପାଇବ।


ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।


ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।


ପୁଣି ଏ ସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍‍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ।


ପୁଣି ଯିହୋଶୂୟ ଓ ସମସ୍ତ ଯୋଦ୍ଧା ମେରୋମ୍‍ ଜଳାଶୟ ନିକଟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ଆସି ସେମାନଙ୍କୁ ଆକ୍ରମଣ କଲେ।


ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ।


ପୁଣି, ଇସ୍ରାଏଲର ନଗରସମୂହରେ ବାସକାରୀ ଲୋକମାନେ ବାହାରେ ଯାଇ, ଢାଲ ଓ ଫଳକ, ଧନୁ ଓ ତୀର, ଆଉ ଯଷ୍ଟି ଓ ବର୍ଚ୍ଛା, ଏହି ସକଳ ଅସ୍ତ୍ରଶସ୍ତ୍ର ଅଗ୍ନିରେ ଜଳାଇବେ, ସେମାନେ ସାତ ବର୍ଷ ପର୍ଯ୍ୟନ୍ତ ସେହିସବୁ ନେଇ ଅଗ୍ନିରେ ଜ୍ୱଳାଇବେ;


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।


ତହିଁରେ ସେ ଉତ୍ତର କଲେ, “ଭୟ କର ନାହିଁ; କାରଣ ସେମାନଙ୍କ ସଙ୍ଗୀଗଣ ଅପେକ୍ଷା ଆମ୍ଭମାନଙ୍କ ସଙ୍ଗୀଗଣ ଅଧିକ।”


କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।


Swiv nou:

Piblisite


Piblisite