Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 12:7 - ଓଡିଆ ବାଇବେଲ

7 ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍‍ଗାଦ୍‍ଠାରୁ ସେୟୀରଗାମୀ ହାଲକ୍‍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନ୍ର ସମସ୍ଥଳୀସ୍ଥିତ ବାଲ୍ଗାଦ୍ଠାରୁ ସେୟୀରଗାମୀ ହାଲକ୍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍‍ଗାଦ୍‍ଠାରୁ ସେୟୀରଗାମୀ ହାଲକ୍‍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ

Gade chapit la Kopi

ପବିତ୍ର ବାଇବଲ

7 ଇସ୍ରାଏଲର ଲୋକମାନେ ମଧ୍ୟ ଯର୍ଦ୍ଦନର ପଶ୍ଚିମ ପାର୍ଶ୍ୱସ୍ଥ ଦେଶର ରାଜାମାନଙ୍କୁ ପରାସ୍ତ କରିଥିଲେ। ଯିହୋଶୂୟ ଏହି ଆକ୍ରମଣର ନେତୃତ୍ୱ ନେଇଥିଲେ। ଯିହୋଶୂୟ ସେହି ଦେଶଗୁଡ଼ିକୁ ବାରଟି ପରିବାରବର୍ଗ ମଧ୍ୟରେ ବାଣ୍ଟି ଦେଇଥିଲେ। ସେହି ଦେଶଗୁଡ଼ିକ ସଦାପ୍ରଭୁ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସେହି ଲିବାନୋ‌ନ୍‌ର ବାଲଗା‌ଦ୍‌ଠାରୁ ସେୟୀରର ହାଲକ ପର୍ଯ୍ୟନ୍ତ ଉପତ୍ୟକାଗୁଡ଼ିକ ଥିଲା।

Gade chapit la Kopi




ଯିହୋଶୂୟ 12:7
16 Referans Kwoze  

ସେୟୀରଗାମୀ ହାଲକ୍‍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍‍ଗାଦ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।


ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।


ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍‍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ରାଜାଗଣ ଏହି କଥା ଶୁଣିଲେ;


ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବାଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।


ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍‍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।


ଏଥିଉତ୍ତାରେ ମୋ’ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସାଗର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା।


ଓ ରାଜା ଦିଶୋନ୍‍ ଓ ରାଜା ଏତ୍ସର ଓ ରାଜା ଦୀଶନ୍‍। ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ।


(ପୂର୍ବକାଳର) ସେହି ଦେଶନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍‍ ଓ ଶୋବଲ୍‍ ଓ ସିବୀୟୋନ୍‍ ଓ ଅନା


ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍‍।


ତହିଁ ଉତ୍ତାରୁ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।


ଓ ପ୍ରାନ୍ତର ନିକଟସ୍ଥ ଏଲ-ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।


ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।


Swiv nou:

Piblisite


Piblisite