Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 13:1 - ଓଡିଆ ବାଇବେଲ

1 ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତ-ବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।

Gade chapit la Kopi

ପବିତ୍ର ବାଇବଲ

1 ଯେତେବେଳେ ଯିହୋଶୂୟ ଅତ୍ୟଧିକ ବୃଦ୍ଧ ହୋଇଗଲେ, ସଦାପ୍ରଭୁ ତାଙ୍କୁ କହିଲେ, “ଯିହୋଶୂୟ ତୁମ୍ଭେ ବୁଢ଼ା ହୋଇଗଲଣି। କିନ୍ତୁ ଆହୁରି ଅନେକ ଦେଶକୁ ଜୟ କରିବା ପାଇଁ ବାକି ଅଛି।

Gade chapit la Kopi




ଯିହୋଶୂୟ 13:1
12 Referans Kwoze  

ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ୍‍ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଆପେ ତୁମ୍ଭର ଅଗ୍ରଗାମୀ ହୋଇ ପାର ହୋଇ ଯିବେ; ସେ ତୁମ୍ଭ ସମ୍ମୁଖରୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ନାଶ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରିବ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯିହୋଶୂୟ ତୁମ୍ଭର ଅଗ୍ରଗାମୀ ହୋଇ ପାର ହେବେ।


ଏ ସକଳ ଘଟଣା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।


କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲେ, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା ।


ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା।


ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।


ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;


“ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,


ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।”


ତହିଁରେ ଯିହୋଶୂୟ ଇସ୍ରାଏଲ ସନ୍ତାନଗଣକୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?


ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ;


Swiv nou:

Piblisite


Piblisite