Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 14:15 - ଓଡିଆ ବାଇବେଲ

15 ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।

Gade chapit la Kopi

ପବିତ୍ର ବାଇବଲ

15 ଅତୀତରେ ସେ ସହରର ନାମ ଥିଲା କିରିୟଥ-ଅର୍ବ। ଏହି ସହର ଲୋକମାନଙ୍କ ମଧ୍ୟରେ ଜଣେ ଯୋଦ୍ଧା ଥିଲେ, ଯାହାଙ୍କର ନାମ ଥିଲା ଅର୍ବ। ତାଙ୍କର ନାମ ଅନୁସାରେ ଏ ଭୂମିର ନାମକରଣ କରାଯାଇଥିଲା। ଏହା ପରେ ସେ ଭୂମିରେ ଶାନ୍ତି ଫେରି ଆସିଲା।

Gade chapit la Kopi




ଯିହୋଶୂୟ 14:15
16 Referans Kwoze  

ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।


ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍‍-ଅର୍ବରେ, ଅର୍ଥାତ୍‍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।


ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏ ଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା।


ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।


ଏହିରୂପେ ମିଦୀୟନ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍‍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା।


ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।


ଏହିରୂପେ ମୋୟାବ ସେହି ଦିନ ଇସ୍ରାଏଲ ହସ୍ତାଧୀନରେ ବଶୀଭୂତ ହେଲା। ତହୁଁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ବିଶ୍ରାମ ପାଇଲା।


ଏଥିଉତ୍ତାରେ କିରୀୟଥ୍‍-ଅର୍ବ, ଅର୍ଥାତ୍‍, ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍‍ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍‍ହାକ ନିକଟରେ ଉପସ୍ଥିତ ହେଲେ।


ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋ’ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।


ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନୁଗତ ହୋଇଥିଲେ।


ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।


ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍‍, କିରୀୟଥ୍‍-ଅର୍ବ ଓ ତହିଁର ଉପ ନଗରରେ, ଦୀବୋନ୍‍ ଓ ତହିଁର ଉପ ନଗରରେ, ଯିକବ୍‍ସେଲ ଓ ତହିଁର ଗ୍ରାମରେ;


ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।


ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ି ଦେଲେ।


ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟୀ।


ଇଲୀୟାସର ପୀନହସ୍‍କୁ ଜାତ କଲା, ପୀନହସ୍‍ ଅବୀଶୂୟକୁ ଜାତ କଲା;


Swiv nou:

Piblisite


Piblisite